ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଂଚମ ପାଳି ସରକାରରେ ମନ୍ତ୍ରିମଣ୍ଡଳ ଅଦଳବଦଳ ହୋଇଛି। ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଥିବାବେଳେ ମୋଟ ୨୧ଜଣ ନୂଆ ମନ୍ତ୍ରୀ ଶପଥ ନେବେ। ଏଥିରେ ୧୩ଜଣ କ୍ୟାବିନେଟ୍ ଓ ୮ଜଣ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ଅଛନ୍ତି।ନବୀନଙ୍କ ମନ୍ତ୍ରୀମଣ୍ଡଳରେ ମହିଳାଙ୍କୁ ଗୁରୁତ୍ୱ ମିଳିଛି। ନୂଆ ମନ୍ତ୍ରିମଣ୍ଡଳରେ ୫ଜଣ ମହିଳାଙ୍କୁ ମଧ୍ୟ ମନ୍ତ୍ରୀପଦ ମିଳିବାକୁ ଥିବାବେଳେ ସେଥିରେ ୩ଜଣଙ୍କୁ କ୍ୟାବିନେଟ୍ ଓ ୨ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିବ।

ସାମିଲ ହେଲେ ନୂଆ ମୁହଁ !
ରାଜ୍ୟରେ ପ୍ରଥମଥର ପାଇଁ ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଛିନ୍ତି। ନୂଆ ମନ୍ତ୍ରିମଣ୍ଡଳରେ ୮ଜଣ ମନ୍ତ୍ରୀ ନିଜର ପଦ ପୁଣିଥରେ ଫେରି ପାଇଛନ୍ତି। ୧୩ଜଣ ନୂଆ ମୁହଁଙ୍କୁ ସୁଯୋଗ ମିଳିଛି। ପ୍ରଥମଥର ପାଇଁ ୭ଜଣ ସମ୍ପୂର୍ଣ୍ଣ ନୂଆ ମୁହଁ ସ୍ଥାନ ପାଇଛନ୍ତି।ମନ୍ତ୍ରିମଣ୍ଡଳରେ ବିବାଦୀୟ ଚେହେରା ଥିବା ଦିବ୍ୟଶଙ୍କର ମିଶ୍ରଅରୁଣ ସାହୁଙ୍କ ସମେତ ମୋଟ ୧୨ଜଣ ମନ୍ତ୍ରୀଙ୍କୁ ବିଦା କରାଯାଇଛି।
ଜଗନ୍ନାଥ ସାରକା, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ଟୁକୁନି ସାହୁ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ୍‌, ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା ଓ ରାଜେନ୍ଦ୍ର ଢୋଲକିଆ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରମନ୍ତ୍ରୀ ଭାବେ ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼ାଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ ଶପଥ ଗ୍ରହଣ କରିଛନ୍ତି।