ରାଜ୍ୟରେ ଚିକିତ୍ସାଗତ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା’ ଯୋଜନା କାର୍ଯ୍ୟକାରୀ ହୋଇଛି।୪ ଜିଲ୍ଲା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରାଯିବ।ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରାଯିବ।ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି।

ଫୋକସରେ ସ୍ୱାସ୍ଥ୍ୟସେବା
ରାଜ୍ୟ ସରକାର ଅନ୍ୟ ଦିଗ ସହିତ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ପାଇଁ ମଧ୍ୟ ପଦକ୍ଷେପ ଗ୍ରହଣ କରିଛନ୍ତି।ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି।ଏହା ଦ୍ୱାରା ବହୁ ଗରିବ ଲୋକେ ଚିକିତ୍ସିତ ହୋଇପାରିବେ ଏବଂ ଏହାର ସୁବିଧା ପାଇପାରିବେ।ହେଲିକପ୍ଟରରେ ଡାକ୍ତର ଯାଇ ରୋଗୀଙ୍କ ଚିକିତ୍ସା କରିବେ।

ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଉଦ୍ଘାଟିତ

ଡାକ୍ତରୀ ଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣ ଭରିଛି।ବିଭିନ୍ନ ମେଡିକାଲ କଲେଜ ଓ କର୍ପୋରେଟ ହସ୍ପିଟାଲର ଡାକ୍ତରମାନେ ଏହିସବୁ ଜିଲ୍ଲାକୁ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେଶାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ।ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ । ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି ଏବଂ ୪ଜିଲ୍ଲାର ଜନସାଧାରଣ ଉନ୍ନତ ସ୍ୱାସ୍ଥ୍ରସେବା ପାଇପାରିବେ ବୋଲି ଆଶା ରଖିଛନ୍ତି।