ହକରମାନଙ୍କୁ ହକ୍

ନବୀନ ପଟ୍ଟନାୟକ ରାଜ୍ୟର ଖବରକାଗଜ ହକରମାନଙ୍କୁ ସେମାନଙ୍କର ହକ୍ ପ୍ରଦାନ କରିଛନ୍ତି। ସେମାନଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି। ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକରମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି। ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି।

ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କୁ ୨ ଲକ୍ଷ ଟଙ୍କା, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକରମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି। ହକରମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ। ଆର୍ଥିକ ଦୁରାବସ୍ଥାର ସମ୍ମୁଖୀନ ହେଉଥିବା ହକରମାନେ ଏହାଦ୍ବାରା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ମତ ରଖିଛନ୍ତି।
Connect With Us