ଓଡ଼ିଶା ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ୬୧୩୧ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ନିଯୁକ୍ତି କରାଯାଇଛି।ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ତଥା ଆତ୍ମବିଶ୍ବାସ ବୃଦ୍ଧି ପାଇଁ କାମ କରିବାକୁ ଶିକ୍ଷକଙ୍କୁ ପରାମର୍ଶ ଦେଇଛନ୍ତି।ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିହିତ କରିଛନ୍ତି।

ଏକାଥରକେ ୬୧୩୧
ଶିକ୍ଷା କ୍ଷେତ୍ରରେ  ଉନ୍ନତି ପାଇଁ ୬୧୩୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦିଆଯାଇଛି।ସେମାନଙ୍କ ମଧ୍ୟରୁ ୨୨୩୬ କଳା ଶିକ୍ଷକ, ୧୭୭୯ ବିଜ୍ଞାନ ଶିକ୍ଷକ, ୮୨୯ ଜଣ ହିନ୍ଦୀ ଶିକ୍ଷକ, ୭୯୬ ଜଣ ସଂସ୍କୃତ ଶିକ୍ଷକ ଓ ୩ ଜଣ ତେଲୁଗୁ ଶିକ୍ଷକ ନିଯୁକ୍ତି ପାଇଛନ୍ତି।

୬୧୩୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ-ମୁଖ୍ୟମନ୍ତ୍ରୀ

ବଦଳିବ ସ୍କୁଲ୍ ଚେହେରା
୫-ଟି ହାଇସ୍କୁଲ ରୁପାନ୍ତରଣ  କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମି ସୁଦୃଢ଼ କରାଯାଉଛି।୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ଯ୍ୟାୟରେ ଶେଷ ହୋଇଥିବା ବେଳେ ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ ବୋଲି  ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି।ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ବର୍ତ୍ତମାନ ପରିସ୍ଥିତିରେ ଜରୁରୀ ଆବଶ୍ୟକତା ଭାବେ ବର୍ଣ୍ଣନା କରି ଏଥିପାଇଁ ଶିକ୍ଷକମାନଙ୍କୁ ସ୍ୱତନ୍ତ୍ର ତାଲିମ ଦିଆଯିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।