Featured/ ନ୍ୟୁଜ୍/ ପଲିଟିକ୍ସ

ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର!

ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର କରିବାକୁ ହାଇକୋର୍ଟକୁ ଜଣାଇଲେ ସରକାର।ଆସନ୍ତା ୨୭ରେ ସାନି ତାଲିକା ପ୍ରକାଶ କରାଯିବ ବୋଲି ରାଜ୍ୟ ସରକାର କୋର୍ଟଙ୍କୁ ଜଣାଇଛନ୍ତି। ଜାନୁଆରୀ ୩ ସୁଦ୍ଧା ସଂରକ୍ଷଣ ନେଇ ଆପତ୍ତି ଅଭିଯୋଗ ଗ୍ରହଣ ଓ ୫ ସୁଦ୍ଧା ସମାଧାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜାନୁଆରୀ ୭ରେ ସଂରକ୍ଷଣ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ସରକାର ଚୂଡ଼ାନ୍ତ ତାଲିକା ଦେବେ।ମାର୍ଚ୍ଚ ୮ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।

ପଞ୍ଚାୟତିରାଜ ବିଭାଗ

ତ୍ରୁଟିପୁର୍ଣ୍ଣ ସଂରକ୍ଷଣର ସଂଶୋଧନ
ନଭେମ୍ବର ୧୬ରେ ରାଜ୍ୟ ନିର୍ବାଚନ କମିଶନ ଏକ ବିଜ୍ଞପ୍ତି ଜାରି କରି ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ସିଟ୍ ସଂରକ୍ଷଣ ତାଲିକା ଜାରି କରିଥିଲେ।ବିଜ୍ଞପ୍ତି ଅନୁସାରେ ଆଗାମୀ ପଂଚାୟତ ନିର୍ବାଚନରେ ମୋଟ ୮୫୩ଟି ଜିଲ୍ଲା ପରିଷଦ ଆସନ ମଧ୍ୟରୁ ପଛୁଆ ବର୍ଗଙ୍କ ପାଇଁ ମାତ୍ର ୧୦୪ଟି ଆସନ ସଂରକ୍ଷିତ ରହିଛି। ଏଥିରେ ୧୪ଟି ଜିଲ୍ଲାର ଜିଲ୍ଲା ପରିଷଦରେ ଗୋଟିଏ ବି ଆସନ ପଛୁଆ ବର୍ଗର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ହୋଇନାହିଁ।ଦେବଗଡ଼, ଗଜପତି, ସୁନ୍ଦରଗଡ଼, ସମ୍ବଲପୁର, ରାୟଗଡ଼, ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଓ ଝାରସୁଗୁଡ଼ାରେ ଗୋଟିଏ ବି ସିଟ୍ ପଛୁଆ ବର୍ଗଙ୍କ ନିମନ୍ତେ ସଂରକ୍ଷିତ ନଥିବାବେଳେ ବୌଦ୍ଧ ଜିଲ୍ଲାରେ ମାତ୍ର ଗୋଟିଏ ଆସନ ପଛୁଆ ବର୍ଗଙ୍କ ନିମନ୍ତେ ଉଦ୍ଦିଷ୍ଟ ରହିଛି।ସେଥିପାଇଁ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

You Might Also Like

No Comments

Leave a Reply