ଚନ୍ଦ୍ର ଅଭିଯାନର ସଫଳତା ପରେ ଆଉ ଗୋଟାଏ ପାଦ ଆଗକୁ ବଢାଇଛି ISRO।ଚନ୍ଦ୍ରଯାନ -3 ର ସଫଳ ଉତକ୍ଷେପଣ କରି ଇତିହାସ ରଚିଥିଲା ଭାରତ। ମିଶନ ମୁନ୍ ର ସଫଳତା ପରେ ମିଶନ୍ ସନ୍ ଷ୍ଟାର୍ଟ କରିଛି ISRO। ଦିନ ୧୧ଟା ୫୦ରେ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଆଦିତ୍ୟ ଏଲ ୱାନକୁ ପ୍ରେରଣ କରିଛି ଇସ୍ରୋ। ଆଦିତ୍ୟ ଏଲ-ୱାନକୁ ନେଇ ମହାକାଶକୁ ଯିବ ପିଏସଏଲଭି-ଏକ୍ସଏଲ ରକେଟ୍। ସୂର୍ଯ୍ୟଯାନ ଉତକ୍ଷେପଣର ୧୨୭ ଦିନ ଯାତ୍ରା କରିବା ପରେ ୧୫ ଲକ୍ଷ କିଲୋମିଟର ପଏଣ୍ଟରେ ପହଞ୍ଚିବ।
ଆଦିତ୍ୟଏଲ-୧ ମହାକାଶ ଯାନକୁ ଇସ୍ରୋ ପୃଥିବୀ ଠାରୁ ୧ ଦଶମିକ ୫ ନିୟୁତ କିମି ଉଚ୍ଚରେ ହାଲୋ ଅରବିଟରରେ ସ୍ଥାପନ କରିବ। ଯାହା ଇସ୍ରୋ ପାଇଁ ଏକ ଜଟିଳ କାର୍ଯ୍ୟ। ହାଲୋ ଅରବିଟରରେ ପୃଥିବୀର ଆକର୍ଷଣ ଶକ୍ତି ଶେଷ ହେଉଛି ଓ ସୂର୍ଯ୍ୟର ଆକର୍ଷଣ ଶକ୍ତି ଆରମ୍ଭ ହେଉଛି। ସୌର ଯାନର ଗତିକୁ ନିୟନ୍ତ୍ରଣ କରାନଗଲେ ତାହା ସିଧା ସୂର୍ଯ୍ୟ ଅଭିମୁଖେ ଚାଲିଯିବାର ଆଶଙ୍କା ରହିଛି। ହାଲୋ ଅରବିଟରରେ ସୂର୍ଯ୍ୟ ଯାନକୁ ସ୍ଥାପନ କରି ଭାରତ ଅନୁଧ୍ୟାନ କରି ତଥ୍ୟ ହାସଲ କରିବ।